www.samajalive.in
Wednesday, December 10, 2025
17.1 C
Bhubaneswar

ରାଷ୍ଟ୍ରପତି ଭବନରେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି । ରାଷ୍ଟ୍ରପତି ଭବନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ କିଛି ସମୟ ଆଲୋଚନା କରୁଥିବା ଦେଖିବାକୁ ମିଳିଛି । ତାଙ୍କ ସହ କିଛି ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି । କାର୍ଯ୍ୟସୂଚନୀ ଅନୁଯାୟୀ ପୂର୍ବାହ୍ଣ ପ୍ରାୟ ୧୦ଟା ୧୪ ମିନିଟ୍‌ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ। ସଂସଦର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ୧୦ଟା ୧୮ରେ ଶପଥ ଗ୍ରହଣ ପଞ୍ଜିକାରେ ନୂଆ ରାଷ୍ଟ୍ରପତି ସ୍ବାକ୍ଷର କରିବେ। ଏହା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ୧୦ଟା ୧୧ ମିନିଟ୍‌ରେ ନିର୍ବାଚନ ଆୟୋଗଙ୍କ ନୂଆ ରାଷ୍ଟ୍ରପତି ନିର୍ବାଚିତ ସମ୍ପର୍କିତ ପ୍ରମାଣପତ୍ର ପାଠ କରିବେ। ଶପଥ ଗ୍ରହଣ ପରେ ୧୦ଟା ୨୩ରେ ଶ୍ରୀମତୀ ମୁର୍ମୁ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ୧୦ଟା ୩୫ରେ ଶପଥ ଗ୍ରହଣ ଉତ୍ସବ ଶେଷ ହେବ।

ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ, ସମସ୍ତ ସାଂସଦ, ସମସ୍ତ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗ ଦେବ। ଏଥିପାଇଁ ରାଜଧାନୀ ଦିଲ୍ଲୀ ଏବେ ଚଳଚଞ୍ଚଳ ରହିବା ସହିତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶପଥ ଗ୍ରହଣ ଉତ୍ସବ ଶେଷ​‌େ​‌ର ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ। ସେଠାରେ ତାଙ୍କୁ ସେନାର ତିନି ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories