www.samajalive.in
Saturday, December 6, 2025
23.1 C
Bhubaneswar

ଲଣ୍ଡନ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ରାଣୀ ଏଲିଜାବେଥ ଦ୍ଵିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ

ନୂଆଦିଲ୍ଲୀ : ମହାରାଣୀ ଏଲିଜାବେଥ ଦ୍ଵିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବା ପାଇଁ ଲଣ୍ଡନ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୧୭ ରୁ ୧୯ ସେପ୍ଟେମ୍ବର ଲଣ୍ଡନ ଗସ୍ତ କରି ଭାରତ ସରକାରଙ୍କ ତରଫରୁ ସମବେଦନା ଜଣାଇବେ। ରାଣୀଙ୍କ ଅନ୍ତିମ ସଂସ୍କାର ସେପ୍ଟେମ୍ବର ୧୯ରେ ୱେଷ୍ଟମିନଷ୍ଟର ଏବ୍ବେରେ ହେବ। ଦିବଂଗତ ରାଣୀ ଏଲିଜାବେଥଙ୍କ ପାର୍ଥିବ ଶରୀର ମଙ୍ଗଳବାର ସନ୍ଧ୍ୟାରେ ସ୍କଟଲ୍ୟାଣ୍ଡରୁ ଆସି ଲଣ୍ଡନରେ ପହଞ୍ଚିଛି। ଆଜିଠାରୁ ଚାରି ଦିନ ପର୍ଯ୍ୟନ୍ତ ତାଙ୍କ କଫିନ୍ ୱେଷ୍ଟମିନିଷ୍ଟର ହଲରେ ରଖାଯିବ। ଯେଉଁଠାରେ ବିଭିନ୍ନ ବର୍ଗର ଲୋକ ତାଙ୍କୁ ଶେଷଦର୍ଶନ କରିବେ।

ସୂଚନାଯୋଗ୍ୟ, ଗତ ୮ ତାରିଖରେ ରାଣୀ ଏଲିଜାବେଥ ଦ୍ଵିତୀୟଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ଆସନ୍ତା ୧୯ ତାରିଖରେ ୱିଣ୍ଡସରର ରାଜା ଷଷ୍ଠ ଜର୍ଜଙ୍କ ସ୍ମାରକୀ ଚାପେଲ୍‌ରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ‌ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ସେଥିରେ ତାଙ୍କ ପରିବାର ସମେତ ରାଜନେତା ଏବଂ ବିଶ୍ବ ନେତୃବୃନ୍ଦ ଯୋଗଦେବେ।

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories