www.samajalive.in
Saturday, December 6, 2025
23.1 C
Bhubaneswar

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସମାଜ ଡିଜିଟାଲ ଡେସ୍କ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ମାସ ହେବ । ୨୩ ନଭେମ୍ବର ୨୦୨୫ରେ ଜଷ୍ଟିସ୍‍ ବି.ଆର. ଗବାଇ ଅବସର ନେବେ । ସେ ୧୯୬୦ ମସିହା ନଭେମ୍ବର ୨୪ରେ ମହାରାଷ୍ଟ୍ରରେ ଜନ୍ମଗ୍ରହଣ କରିଥିଲେ । ୧୯୮୫ମସିହାରେ ଓକିଲାତି କରିବା ଆରମ୍ଭ କରି ୨୦୧୯ରେ ସୁପ୍ରିମକୋର୍ଟରେ ବିଚାରପତି ଭାବେ ପଦୋନ୍ନତି ପାଇଥିଲେ । ମଙ୍ଗଳବାର ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ୍‍ ସଞ୍ଜୀବ ଖାନ୍ନା । ଆଇନଜୀବୀ ଓ ବିଚାରପତିଙ୍କ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories