www.samajalive.in
Sunday, December 7, 2025
26.1 C
Bhubaneswar

ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସେବା ପାଇଁ ଧର୍ମେନ୍ଦ୍ରଙ୍କ ପତ୍ର

-କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‍ ସିଂ ପୁରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ଅନୁରୋଧ
-ୟୁଏଇର ବିଭିନ୍ନ ଅଂଚଳରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ବ ଓଡିଆ ଲୋକ ବସବାସ କରୁଛନ୍ତି
-ଭୁବନେଶ୍ୱରରୁ ଦୁବାଇ ଯାତାୟତ କରୁଥିବା ଓଡିଶାର ଯାତ୍ରୀଙ୍କ ସୁବିଧା ତଥା ଓଡିଶାର ବିକାଶରେ ଏହି ଆକାଶପଥରେ ଯୋଗାଯୋଗର ବଡ ଭୂମିକା ରହିବ
-ଆକାଶପଥରେ ଯୋଗାଯୋଗ ଦ୍ୱାରା ଓଡିଶାର ସ୍ୱାସ୍ଥ୍ୟ ପର୍ଯ୍ୟଟନ, ସାଂସ୍କୃତିକ ପର୍ଯ୍ୟଟନ ତଥା ଶିକ୍ଷା କ୍ଷେତ୍ରରେ ସଂଯୋଗ ସ୍ଥାପନ ଉଭୟ ଦେଶକୁ ଲାଭଦାୟକ

ନୂଆଦିଲ୍ଲୀ : ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‍ ସିଂ ପୁରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଭୁବନେଶ୍ୱରରୁ ଦୁବାଇ ଯାତାୟତ କରୁଥିବା ଓଡିଶାର ଯାତ୍ରୀଙ୍କ ସୁବିଧା ତଥା ଓଡିଶାର ବିକାଶରେ ଏହି ଆକାଶପଥରେ ଯୋଗାଯୋଗର ବଡ ଭୂମିକା ରହିଛି। ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପୂର୍ବୋଦୟ ଯୋଜନାରେ ପୂର୍ବ ଭାରତରେ ଓଡିଶା ବିକାଶର ପେଣ୍ଠସ୍ଥଳୀ ଭାବରେ ଆଗକୁ ବଢୁଛି। କେନ୍ଦ୍ର ସରକାର ଉଡାନ ଯୋଜନା ମାଧ୍ୟମରେ ଆଂଚଳିକ ସ୍ତରରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି। ଏହାସହ ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ।

- Advertisement -

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତମାନ ଭୁବନେଶ୍ୱରର ସିଧାସିଧା ବିମାନ ସଂଯୋଗ କେବଳ ଥାଇଲାଣ୍ଡର ବ୍ୟାଙ୍କକ୍‍ ସହ ରହିଛି। ଭୁବନେଶ୍ୱରକୁ ୟୁଏଇର ଦୁବାଇ ସହିତ ଯୋଡିବା ପାଇଁ ଦୀର୍ଘଦିନରୁ ଦାବୀ ହୋଇ ଆସୁଛି। ଶ୍ରୀ ପ୍ରଧାନ ଏହି ପତ୍ରରେ କହିଛନ୍ତି ଯେ ୟୁନାଇଟେଡ୍‍ ଆରବ୍‍ ଏମିରେଟସ୍‍ (ୟୁଏଇ)ର ବିଭିନ୍ନ ଅଂଚଳରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ବ ଓଡିଆ ଲୋକ ବସବାସ କରୁଛନ୍ତି। ଏହି ଲୋକମାନେ ନିଜ ରାଜ୍ୟକୁ ଯାତାୟତ କରିବା ସମୟରେ ବିଭିନ୍ନ ପରୋକ୍ଷ ପଥରେ ଯିବାଆସିବା କରିବାକୁ ପଡୁଛି।
ଶ୍ରୀ ପ୍ରଧାନ କହିଛନ୍ତି ତାଙ୍କର ସୂଚନାନୁସାରେ ୟୁଏଇର ଓଡିଆ ସୋସାଇଟି ଏୟାର ଇଣ୍ଡିଆର ମଧ୍ୟ ପ୍ରାଚ୍ୟ ଅଧିକାରୀଙ୍କ ସହ ସାକ୍ଷାତ୍‍ କରି ଦୁବାଇ-ଭୁବନେଶ୍ୱର ମଧ୍ୟରେ ସିଧା ବିମାନ ଯୋଗାଯୋଗ ପାଇଁ ଥିବା ଭଲଯାତାୟତ ତଥ୍ୟକୁ ସୂଚିତ କରିଛନ୍ତି।
ଶ୍ରୀ ପ୍ରଧାନ କହିଛନ୍ତି ଭୁବନେଶ୍ୱର ଶିକ୍ଷା, ସ୍ୱାସ୍ଥ୍ୟସେବା, ସଂସ୍କୃତି ଓ ପର୍ଯ୍ୟଟନର କେନ୍ଦ୍ର ଭାବରେ ବିକଶିତ ହୋଇଛି ଓ ସ୍ୱାସ୍ଥ୍ୟ ପର୍ଯ୍ୟଟନ, ସାଂସ୍କୃତିକ ପର୍ଯ୍ୟଟନ ତଥା ଶିକ୍ଷା କ୍ଷେତ୍ରରେ ସଂଯୋଗ ସ୍ଥାପନ ପାଇଁ ଏକ ପ୍ରମୁଖ କେନ୍ଦ୍ର ହୋଇପାରିବ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories