www.samajalive.in
Saturday, December 6, 2025
16.1 C
Bhubaneswar

ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ମଙ୍ଗଳବାର) ଛୁଟି ଘୋଷଣା କରାଯାଇଛି। ତେବେ ବନ୍ଦ ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ବଜାୟ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍‍ ରିଲିଜ୍‍ରେ ଦର୍ଶାଯାଇଛି ଯେ ଆସନ୍ତାକାଲି(ମଙ୍ଗଳବାର) ଭାରତ ବନ୍ଦ ଡାକରା ଦିଆଯାଇଛି। କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବେ ପ୍ରଶମିତ ହୋଇନଥିବା ଏବଂ ସାଧାରଣ ପରିବହନ ବ୍ୟବସ୍ଥା ସ୍ୱାଭାବିକ ଅବସ୍ଥାକୁ ଫେରିନଥିବାବେଳେ ଭାରତ ବନ୍ଦ ଡାକରା ଯୋଗୁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ବନ୍ଦ ରଖିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories