www.samajalive.in
Sunday, December 7, 2025
23.1 C
Bhubaneswar

ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା: ଆଜି ମହାଷଷ୍ଠୀ ପୂଜା

ଭୁବନେଶ୍ଵର: ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର। ଆଜି ପୀଠରେ ମହାସପ୍ତମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି। ସବୁଠି ଆଧ୍ୟାତ୍ମିକ ପରିବେଶ ଦେଖିବାକୁ ମିଳିଛି। ବିଲ୍ବ ବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ଵର ସମେତ କଟକ ଏବଂ ଅନ୍ୟାନ୍ୟ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି। ସୁନା ଚାନ୍ଦି ମେଢରେ ମାଆଙ୍କ ମୂର୍ତ୍ତି ସଜ୍ଜିତ ହୋଇଛି। ଟ୍ବିନ୍ ସିଟିରେ ସୁଉଚ୍ଚ ତୋରଣ ସାଙ୍ଗକୁ ଚିକମିକ୍ ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ । ତାସାଙ୍ଗକୁ ମୀନା ବଜାର ଦର୍ଶକଙ୍କ ମନ ମୋହୁଛି। ନୟାପଲ୍ଲୀ, ସହିଦ ନଗର, ଝାରପଡା, ରସୁଲଗଡ, ବରମୁଣ୍ଡା, ସହିଦନଗର, ଷ୍ଟେସନ ବଜାର ଆଦି ପ୍ରମୂଖ ମଣ୍ଡପରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories