www.samajalive.in
Friday, December 12, 2025
14.1 C
Bhubaneswar

ଦୁର୍ଗାପୂଜା ପ୍ରସ୍ତୁତି ବୈଠକ

ଗୁରୁଡିଝାଟିଆ :  ଖୁଣ୍ଟୁଣୀ ଓ ଗୁରୁଡିଝାଟିଆ ଥାନା ଅଞ୍ଚଳର ଦୁର୍ଗାପୂଜା ଶାନ୍ତିଶୃଙ୍ଖଳାର ସହିତ ସମାପନ ପାଇଁ ଶନିବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ଖୁଣ୍ଟୁଣୀ ଟ୍ରକ ମାଲିକ ସଂଘ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏଥିରେ ଚୌଦ୍ୱାର ଏସଡିପିଓ ଉମାକାନ୍ତ ନାୟକ ମୁଖ୍ୟଅତିଥି ଭାବରେ ଯୋଗଦେଇ ପ୍ରତ୍ୟେକ ପୂଜା କମିଟି ନିୟମ ଅନୁଯାୟୀ ଶାନ୍ତିଶୃଙ୍ଖଳାର ସହିତ ଦୁର୍ଗାପୂଜା ଓ ଭସାଣୀ ଉତ୍ସବ ସମାପନ କରିବା ନିମନ୍ତେ କହିଥିଲେ । କୁଷ୍ପଙ୍ଗି, ରାଧାକିଶୋରପୁର, ଗୁରୁଡିଝାଟିଆ, ଖୁଣ୍ଟୁଣୀ, ଘଣ୍ଟିଖାଲ, ଧୁରୁଷିଆ, ମହାକାଳବସ୍ତ, ଅନନ୍ତପୁର ଆଦି ପଞ୍ଚାୟତର ପୂଜା କମିଟିର ସଦସ୍ୟମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଗୁରୁଡିଝାଟିଆ ଥାନା ଅଧିକାରୀ ସୁମନ୍ତ କିସାନ, ଖୁଣ୍ଟୁଣୀ ଥାନା ଅଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories