www.samajalive.in
Saturday, December 6, 2025
19.1 C
Bhubaneswar

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ, ଜଣେ ଗୁରୁତର

ଯୋଡା : ବାମେବାରୀ ଥାନା ଅନ୍ତର୍ଗତ ବିଜୁ ପଟ୍ଟନାୟକ ଏକ୍ସପ୍ରେସ୍ ହାଇୱେରେ ସୋମବାର ସନ୍ଧ୍ୟାରେ ଏକ ସଡକ ଦୁର୍ଘଟଣାରେ ରେଳ କର୍ମଚାରୀ ସୁଧୀର ମହାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ରେଳ କର୍ମଚାରୀ ଗୁରୁତର ହୋଇଛନ୍ତି । ଦକ୍ଷିଣ-ପୂର୍ବ ରେଳପଥର ଗନମ୍ୟାନ୍ ଭାବେ କାର୍ଯ୍ୟରତ ସୁଧୀର ମହାନ୍ତ ଏବଂ ବିଭାଗରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଶ୍ରୀକାନ୍ତ କୁମାର ଦୁହେଁ ଏକ ମୋଟର ସାଇକେଲ ଯୋଗେ ଜୁରୁଡି ଷ୍ଟେସନରୁ ବାଂଶପାଣି ଷ୍ଟେସନକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଇସେଲ ମାଇନିଂ ଖଣି କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ଦୁଇ ବାଇକ୍ ଆରୋହୀଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ସୁଧୀର ମହାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ଶ୍ରୀକାନ୍ତ କୁମାରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଯୋଡା ଟାଟା ଷ୍ଟିଲ୍ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories