www.samajalive.in
Tuesday, December 9, 2025
16.1 C
Bhubaneswar

ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ 

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣ କରାଯାଇଥିବା ନେଇ ନାବାଳିକା ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ନାବାଳିକାଙ୍କୁ ଉକ୍ତ ଗ୍ରାମର ଜନୈକ ଯୁବକ ବଳଭଦ୍ର ମହାନ୍ତ ଫୋନ କରି ନଦୀ କୂଳକୁ ଡାକିଥିଲେ । ନାବାଳିକା ଜଣଙ୍କ ଯିବା ପରେ ଯୁବକ ଜଣକ ତାଙ୍କୁ ଗାଳି ଗୁଲଜ କରିବା ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲା । ନାବାଳିକା ଜଣଙ୍କ ମନା କରିବାରୁ ଜାତିଆଣ ଆକ୍ଷେପ କରି ଗାଳି ଗୁଲଜ କରିଥିଲା। ଅଭିଯୋଗ ପରେ ତୁରୁମୁଙ୍ଗା ଥାନାରେ ୫୫/୨୦୨୫ ରେ ଏକ ମାମଲା ରୁଜୁ ହେବା ସହ ଚମ୍ପୁଆ ଏସଡିପିଓ ରଶ୍ମି ରଞ୍ଜନ ସାହୁ ଘଟଣାର ତଦନ୍ତ କରୁଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories