www.samajalive.in
Monday, December 8, 2025
27.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ଗୁରୁତର

ଦ୍ୱାରଶୁଣି : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଦ୍ୱାରଶୁଣି ଘାଟି ଉପରେ ବୁଧବାର ଗୋଟିଏ ସ୍ଥାନରେ ମାତ୍ର କିଛି ମିନିଟ ମଧ୍ୟରେ ୨ଟି ସଡ଼କ ଦୁର୍ଘଟଣାରେ ୨ଜଣ ଚାଳକ ଗୁରୁତର ହୋଇଛନ୍ତି। ୨ଚାଳକଙ୍କୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ଧଳା ପଥର ନେଇ ଯାଉଥିବା ଏକ ଟ୍ରଲର ପ୍ରଥମେ ୫୦ ଫୁଟ ତଳକୁ ଖସି ପଡ଼ିଥିଲା। ଫଳରେ ଟ୍ରଲର ଚାଳକଙ୍କୁ ଗୁରୁତର ଅବସ୍ଥାରେ ଦମକଳ ବାହିନୀ ଉଦ୍ଧାର କରି ତାଙ୍କୁ ପ୍ରଥମେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

- Advertisement -

ପ୍ରଥମ ଘଟଣାର ଅଳ୍ପ ସମୟ ପରେ ସେହି ସ୍ଥାନରେ ୨ଟି ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଗୋଟିଏ ଟ୍ରକ ଜଣେ ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଏକ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଏହି ଘଟଣାରେ ଜଣେ ଟ୍ରକ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରୁ ବର୍ତ୍ତି ଥିବା ଟ୍ରକ ଚାଳକ ଏବଂ ତାଙ୍କର ହେଲ୍‌ପର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories