www.samajalive.in
Saturday, December 6, 2025
17.1 C
Bhubaneswar

ଆଇଓସିଏଲ୍ ବ୍ୟାଖ୍ୟାନ କେନ୍ଦ୍ର ଓ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଏସ୍.ଜୟଶଙ୍କର

ଭୁବନେଶ୍ବର : ଆସନ୍ତାକାଲିଠାରୁ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ଏଥିଲାଗି ୫ ଦିନିଆ ଓଡିଶା ଗସ୍ତ ଅଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର। ୧୦ ତାରିଖ ପର୍ଯ୍ୟନ୍ତ ସେ ଓଡ଼ିଶାରେ ରହିବେ। ଆଜି ସେ ପ୍ରଥମେ କୋଣାର୍କ ଯାଇ ଆଇଓସିଏଲ୍ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କରିଛନ୍ତି। ପରେ ସେ ସୂର୍ଯ୍ୟମନ୍ଦିର ବୁଲି ଦେଖିଛନ୍ତି। ଗତକାଲି କୋଣାର୍କ ଇକୋ ରିଟ୍ରିଟ୍ ରେ ସେ ରାତ୍ରିଯାପନ କରିଥିଲେ। କୋଣାର୍କ ବୁଲି ଦେଖିବା ପରେ ସେ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ସେ ଉପସ୍ଥିତ ରହିବେ। ୧୦ ତାରିଖରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories