www.samajalive.in
Saturday, December 6, 2025
26.1 C
Bhubaneswar

ଚୀନରେ ଭୀଷଣ ଭୂମିକମ୍ପ: ଦିଲ୍ଲୀରେ ବି ଝଟ୍‌କା

ନୂଆଦିଲ୍ଲୀ:  ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳୀ ନେପାଳ-ଚୀନ ସୀମାନ୍ତ ବୋଲି କୁହାଯାଉଛି। ଭୂପୃଷ୍ଠରୁ ଏହାର ଗଭୀରତା ୮୦ କିଲୋମିଟର ରହିଛି। ଭୂମିକମ୍ପ ପରେ ସିନ୍‌ଜାଙ୍ଗ ରେଳବାଇ ବିଭାଗ ତୁରନ୍ତ ୨୭ଟି ଟ୍ରେନ୍‌ ଚଳାଚଳ ବାତିଲ କରି ଦେଇଥିଲେ।  କାର୍ଗିସ୍ତାନ ଝିଞ୍ଜିୟାଙ୍ଗ ବୋର୍ଡର ଅଞ୍ଚଳରେ ଅଧିକାଂଶ ଘର ଭାଙ୍ଗିଯାଇଥିବାର ସୂଚନା ମିଳିଛି। ଏହି ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଝଟକା ନେପାଳ ସହ ଭାରତର ଦିଲ୍ଲୀ ଏନସିଆର ଏବଂ ଉତ୍ତର ଭାରତର ଏକାଧିକ ଅଞ୍ଚଳରେ ଅନୁଭୂତ ହୋଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଯେ ଲୋକ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ଚୀନ୍‌ ଭୂମିକମ୍ପର ପ୍ରାୟ ୩୦ ମିନିଟ୍‌ ପରେ ଉଜ୍‌ବେକିସ୍ତାନରେ ବି ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।  କିନ୍ତୁ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories