www.samajalive.in
Saturday, December 6, 2025
19.1 C
Bhubaneswar

ନେପାଳ ଭୂମିକମ୍ପରେ ୧୨୮ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ଡେସ୍କ: ଶୁକ୍ରବାର ବିଳମ୍ବିତ ରାତିରେ ନେପାଳରେ ଅନୁଭୂତ ୬.୪ ତୀବ୍ରତା ବିଶିଷ୍ଟ ଭୂମିକମ୍ପରେ ୧୨୮ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନେପାଳ ପ୍ରଶାସନ ଓ ସେନା ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି। ଭଙ୍ଗାରୁଜା ଅଂଶ ମଧ୍ୟରେ ଲୋକମାନେ ଦବି ରହିଥିବା ଅନୁମାନ କରାଯାଉଛି, ତେଣୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା ପ୍ରକାଶ ପାଇଛି।

ଗତ ରାତିରେ ଦିଲ୍ଲୀ ସମେତ ଉତ୍ତର ଭାରତର କେତେକ ରାଜ୍ୟରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ର ନେପାଳରେ ୧୦ କିଲୋମିଟର ଗଭୀରରେ ଥିଲା। ପ୍ରାୟ ଏକ ମିନିଟରୁ ଅଧିକ ସମୟ ଧରି ଶକ୍ତିଶାଳୀ କମ୍ପନ ସୃଷ୍ଟି ହୋଇଥିବାରୁ ହୋଇଥିବାରୁ ଲୋକମାନେ ଘର ଭିତରୁ ବାହାରକୁ ପଳାଇ ଆସିଥିଲେ। ଗତ ଏକ ମାସ ମଧ୍ୟରେ ତୃତୀୟ ଥର ପାଇଁ ନେପାଳରେ ଏଭଳି ଶକ୍ତିଶାଳୀ ଭୂକମ୍ପ ହୋଇଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଏଭଳି ପରିସ୍ଥିତିରେ ଭାରତ ସମସ୍ତ ସହାୟତା ଯୋଗାଇ ଦେବ ବୋଲି ସେ କହିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories