www.samajalive.in
Sunday, December 7, 2025
23.1 C
Bhubaneswar

ନିକୋବର ଦ୍ୱୀପରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ନିକୋବର ଦ୍ୱୀପରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୦ ରେକର୍ଡ କରାଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଠାରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ସକାଳ ୫ଟା୪୦ରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ଭୂମି ଠାରୁ ୧୦ କିମି ଗଭୀର ଥିଲା। ଏଥିରେ କୌଣସି ଧନଜୀବନ କ୍ଷୟକ୍ଷତି ହୋଇନାହିଁ ବୋଲି ସୂଚନା ମିଳିଛି।
ସୂଚନା ଯୋଗ୍ୟ, ଗତ ଶୁକ୍ରବାର ଆଣ୍ଡାମାନ ଦ୍ୱୀପରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୮ ରେକର୍ଡ କରାଯାଇଥିଲା। ଏନସିଏସ ପକ୍ଷରୁ ମିଳିଥିବା ଖବର ଅନୁଯାୟୀ ବିଳମ୍ବିତ ରାତି ପ୍ରାୟ ୧୨ଟା୫୩ ମିନିଟ୍‌‌ରେ ଭୂକମ୍ପ ଅନୁଭବ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ଭୂମି ଠାରୁ ୬୯ କିଲୋମିଟର ଗଭୀର ଥିଲା।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories