www.samajalive.in
Sunday, December 7, 2025
14.1 C
Bhubaneswar

ଭୂକମ୍ପର ତାଣ୍ଡବ ; ମୃତ୍ୟୁ ସଂଖ୍ୟା ୨୮୦୦ ପାର୍‌‌

ନୂଆଦିଲ୍ଲୀ : ମରକ୍କୋରେ ଭୂକମ୍ପର ତାଣ୍ଡବରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଭୂକମ୍ପକୁ ୫୮ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭଗ୍ନାଂଶ ତଳୁ ଆହତ ଲୋକଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୨୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି। ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ସୁଦ୍ଧା ପ୍ରାୟ ୨୮୬୨ ଲୋକଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୨୫୬୨ ଲୋକେ ଆହତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସୂଚନା ଯୋଗ୍ୟ, ଆଫ୍ରିକୀୟ ଦେଶ ମରକ୍କୋରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ରେକର୍ଡ କରାଯାଇଥିବା ୬.୮ ତ୍ରିବତାର ଭୂକମ୍ପରେ ଅନେକ ଧନଜୀବନ କ୍ଷୟକ୍ଷତି ଘଟିଛି। ଭୂକମ୍ପରେ  ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଥିଲା। ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories