www.samajalive.in
Sunday, December 7, 2025
15.1 C
Bhubaneswar

ସିକ୍କିମରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ସିକ୍କିମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସିକ୍କିମର ସୋରେଙ୍ଗ କ୍ଷେତ୍ରରେ ସକାଳ ୬ଟା ୫୭ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି । ଏହି ଭୂକମ୍ପରେ ଧନ ଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳି ନାହିଁ ।
ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁସାରେ ଭୂକମ୍ପର ଝଟକା ଅନୁଭବ ହେବା ମାତ୍ରେ ଲୋକଙ୍କ ଘରେ ଜିନିଷ ପତ୍ର ଏଣେତେଣେ ଖସି ପଡିଥିଲା । ଏଥିରେ ଲୋକେ ଭୟଭୀତ ହେବା ସହ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ ।
ଗୁରୁବାର ଜାପାନର ଦକ୍ଷିଣ ତଟରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭବ ହୋଇଥିଲା । ଭୂକମ୍ପ ପରେ ସୁନାମୀ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା ।

ଭିଡିଓରେ ଦେଖନ୍ତୁ ; ବୁର୍ଜ ଖଲିଫାର ଶୀର୍ଷରୁ ଭୂପୃଷ୍ଠର ଦୃଶ୍ୟ..

ଦେଖନ୍ତୁ ଭିଡିଓ ; ମାଛ ଜାଲରୁ କେମିତି ଉଦ୍ଧାର ହେଲା ଅଜଗର..

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories