www.samajalive.in
Saturday, December 6, 2025
23.1 C
Bhubaneswar

ଆଫଗାନିସ୍ତାନରେ ଭୂକମ୍ପ ଝଟ୍‌କା: ରିକ୍ଟର ସ୍କେଲରେ ତୀବ୍ରତା ୪.୭

ନୂଆଦିଲ୍ଲୀ: ଆଫଗାନିସ୍ତାନ ଫୈଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଫୈଜାବାଦଠାରୁ ୧୩୧ କିଲୋମିଟର ଦୂର ଏବଂ ୧୩୦ କିଲୋମିଟର ଗଭୀରରେ ଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସେପଟେ ରବିବାର ସନ୍ଧ୍ୟାରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଏହା ହେଉଛି ଗତ ୪୮ ଘଣ୍ଟା ମଧ୍ୟରେ ଦ୍ବିତୀୟ ଭୂକମ୍ପ । ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories