www.samajalive.in
Friday, December 5, 2025
27.1 C
Bhubaneswar

ଭୂକମ୍ପ ତାଣ୍ଡବ: ଏବେସୁଦ୍ଧା ୬୨୨ ମୃତ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା

ନୂଆଦିଲ୍ଲୀ : ଭୟଙ୍କର ଭୂକମ୍ପରେ ଥରି ଉଠିଲା ଆଫଗାନିସ୍ତାନ। ରବିବାର ବିଳମ୍ବିତ ରାତିରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଏବେ ସୁଦ୍ଧା ୬୨୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୪୭ମିନିଟରେ ହୋଇଥିବା ଭୂକମ୍ପରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। କ୍ରମଶଃ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଜଲାଲାବାଦ ସହରରୁ ୨୭କିଲୋମିଟର ପୂର୍ବ-ଉତ୍ତରପୂର୍ବରେ ଭୂମିକମ୍ପର ୮କିଲୋମିଟର ଗଭୀରରେ ହୋଇଥିବା ରେକର୍ଡ ହୋଇଛି । ଭୂକମ୍ପ ଯୋଗୁଁ ଅନେକ କୋଠା ଭୁଶୁଡି ପଡି ଥିବାବେଳେ ରାସ୍ତା ଏବଂ ଘର ଗୁଡିକରେ ଫାଟ ଦେଖାଦେଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଥିଲା ।

- Advertisement -

ଭୂମିକମ୍ପ ଯୋଗୁଁ ବହୁତ ଜୀବନ ହାନି ସହ ସମ୍ପତ୍ତି କ୍ଷତି ହୋଇଛି । ଅନେକ ଲୋକ ଭଗ୍ନାବିଶେଷ ତଳେ ଚାପି ହୋଇ ଥିବା ଆଶଙ୍କା କରି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭୂକମ୍ପରେ ଦାରାହ-ଏ-ନୂର ଜିଲାର ସାଟିନ୍‍ ଗାଁ ସର୍ବାଧିକ କ୍ଷତି ହୋଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories