www.samajalive.in
Sunday, December 14, 2025
23.1 C
Bhubaneswar

୨୪ଟି ରେଳ ୟୁନିଟ୍ ଓ ୨୮୫ କର୍ମଚାରୀଙ୍କୁ ସମ୍ମାନିତ କରିବ ପୂର୍ବତଟ ରେଳପଥ

ଡେସ୍କ: ପୂର୍ବତଟ ରେଳପଥ ଆସନ୍ତାକାଲି (ଶୁକ୍ରବାର) ୨୮୫ ରେଳ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା, ପ୍ରଗତିଶୀଳ ମନୋଭାବ ସହ ସେମାନଙ୍କ କର୍ତ୍ତବ୍ୟ ପ୍ରତି ନିଷ୍ଠା ଏବଂ କାର୍ଯ୍ୟ ଦକ୍ଷତା ପାଇଁ ଭୁବନେଶ୍ୱର ରେଳ ଅଡିଟୋରିୟମରେ ଆୟୋଜିତ ହେବାକୁ ଥିବା ୬୭ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ସମ୍ମାନିତ କରିବ।

ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ଏହି ଉତ୍ସବରେ ଯୋଗଦେଇ ଦକ୍ଷ କର୍ମଚାରୀମାନଙ୍କୁ ସମ୍ମାନିତ କରିବେ। ବ୍ୟକ୍ତିଗତ ପୁରସ୍କାର ବ୍ୟତୀତ, ଶ୍ରେଷ୍ଠ ମେଜର୍ କ୍ଲିନ୍ ଷ୍ଟେସନ୍, ଶ୍ରେଷ୍ଠ ମାଇନର୍ କ୍ଲିନ୍ ଷ୍ଟେସନ୍, ସାମଗ୍ରିକ ଦକ୍ଷତା, ବୈଦ୍ୟୁତିକ ଅଣ ଟ୍ରାକ୍ସନ୍ ଶକ୍ତି ପରିଚାଳନା, ପରିବେଶ ଏବଂ ହାଉସ କିପିଙ୍ଗ ପରିଚାଳନା, ସର୍ଭେ ଏବଂ ନିର୍ମାଣ, ସ୍କ୍ରାପ୍ ନିଷ୍କାସନ, ଷ୍ଟୋର ଏବଂ କୋଚିଂ ଡିପୋ, ବାଣିଜ୍ୟିକ, ଅପରେଟିଂ, ସୁରକ୍ଷା, ନିରାପତ୍ତା, ୱାଗନ୍ ରକ୍ଷଣାବେକ୍ଷଣ, ସିଭିଲ୍ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ୍ ଟ୍ରାକ୍ସନ୍, ଫାଇନାନ୍ସ, ସିଗନାଲ୍ ଆଣ୍ଡ ଟେଲିକମ୍, ରାଜଭାଷା, କ୍ରୀଡା, ମେକାନିକାଲ୍, କାର୍ମୀକ ଏବଂ ଆଇନ ସମ୍ବନ୍ଧୀୟ କାର୍ଯ୍ୟଦକ୍ଷତା କ୍ଷେତ୍ରରେ ପୂର୍ବତଟ ରେଳପଥର ବିଭିନ୍ନ ରେଳବାଇ ୟୁନିଟ ଗୁଡିକୁ ପୁରସ୍କୃତ କରାଯିବ।

- Advertisement -

ପୂର୍ବତଟ ରେଳପଥର ସମସ୍ତ ତିନିଟି ରେଳମଣ୍ଡଳ ୱାଲଟିୟର, ଖୋର୍ଦ୍ଧା ରୋଡ଼ ଓ ସମ୍ବଲପୁର ସହିତ ସଵାରୀ ଡବା ମରାମତି କାରଖାନା ଏବଂ ଭୁବନେଶ୍ୱରସ୍ଥ ମୁଖ୍ୟାଳୟର କୃତି କର୍ମଚାରୀମାନେ ଏହି ବାର୍ଷିକ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories