www.samajalive.in
Monday, December 8, 2025
27.1 C
Bhubaneswar

ମହାରାଷ୍ଟ୍ରର ୫ଟି ବିଧାନ ପରିଷଦ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

ଡେସ୍କ: ମହାରାଷ୍ଟ୍ର ବିଧାନ ପରିଷଦର ୫ଟି ଆସନ ନିମନ୍ତେ ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ନିର୍ବାଚନ କାର୍ଯ୍ୟକ୍ରମ ଘୋଷଣା କରିଛନ୍ତି। ବିଧାନସଭାକୁ ନିର୍ବାଚିତ ହୋଇଥିବା ଅମାଶ୍ୟା ପାଡଭି, ପ୍ରବୀଣ ଦତ୍କେ, ରାଜେଶ ଭିଟେକର, ରମେଶ କରାଡ଼ ଓ ଗୋପୀଚାନ୍ଦ ପାଡାଲକର ବିଧାନସଭାକୁ ନିର୍ବାଚିତ ହେବା ପରେ ୫ଟି ଆସନ ଖାଲି ପଡ଼ିଛି। ତେଣୁ ଏହି ଆସନ ପୂରଣ ପାଇଁ ୫ଟି ପୃଥକ ଉପନିର୍ବାଚନ କରିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୧୦ ତାରିଖରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୧୭ ତାରିଖ ଧାର୍ଯ୍ୟ କରାଯାଇଛି ଏବଂ ପରଦିନ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ମାର୍ଚ୍ଚ ୨୦ ରହିଛି। ଆବଶ୍ୟକ ପଡ଼ିଲେ ମାର୍ଚ୍ଚ ୨୭ ତାରିଖରେ ମତଦାନ ହେବ ଏବଂ ସେହିଦିନ ଭୋଟ୍ ଗଣତି ହେବ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories