www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ନିର୍ବାଚନ ଆୟୁକ୍ତ-ଜିଲାପାଳ ଆଲୋଚନା, ୯ଟି ଜିଲା ପାଇଁ ଭିଭିପାଟ୍‌ ପ୍ରସ୍ତୁତ

ଭୁବନେଶ୍ବର: ରାଜ୍ୟରେ ଆଗୁଆ ନିର୍ବାଚନ ପାଇଁ ଚର୍ଚ୍ଚା ଚାଲିଛି। ଏଥିପାଇଁ ରାଜନୈତିକ ଦଳଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରି ଦେଇଥିବାବେଳେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ ସଂକ୍ରାନ୍ତରେ ଜିଲାପାଳଙ୍କ ସହିତ କଥାବର୍ତ୍ତା କରିବା ପାଇଁ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ତାଙ୍କ ଅଧିକାରୀମାନେ ଓଡ଼ିଶା ଆସିଛନ୍ତି। ବୁଧବାର ଖାରବେଳ ଭବନରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏବଂ ସମସ୍ତ ଜିଲାପାଳଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

http://ଆନ୍ଦୋଳନକାରୀ ଆଇନଜୀବୀଙ୍କୁ ଶେଷ ସୁଯୋଗ – କ୍ଷମାପ୍ରାର୍ଥନା ସତ୍ୟପାଠ ନଦେଲେ ବ୍ୟକ୍ତିଗତ ହାଜର ହୁଅ

- Advertisement -

ଆଗୁଆ ନିର୍ବାଚନ ଚର୍ଚ୍ଚା ଭିତରେ ଏଭଳି ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଚର୍ଚ୍ଚାକୁ ଖୋରାକ ଯୋଗାଇଛି। ଦେଶରେ ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଓଡ଼ିଶାରେ ମଧ୍ୟ ବିଧାନସଭା ଏବଂ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟଗୁଡିକର ନିର୍ବାଚନ ପ୍ରସ୍ତୁତି ସଂକ୍ରାନ୍ତରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଏବଂ ତାଙ୍କ ଦଳ ପ୍ରତି ରାଜ୍ୟକୁ ଗସ୍ତ କରି ନିର୍ବାଚନ ପ୍ରସ୍ତୁତି ଉପରେ ସମୀକ୍ଷା କରୁଛନ୍ତି। ମଙ୍ଗଳବାର କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଦଳ କଲକାତାରେ ପଶ୍ଚିମବଙ୍ଗ ନିର୍ବାଚନ ପ୍ରସ୍ତୁତି ସଂକ୍ରାନ୍ତରେ ସମୀକ୍ଷା କରିଥିବା ବେଳେ ସନ୍ଧ୍ୟାରେ ଭୁବନେଶ୍ବରରେ ଆସି ପହଞ୍ଚି ଥିଲେ। ବୁଧବାର ବୈଠକରେ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା କରାଯିବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ, ଅତି ସମ୍ବେଦନଶୀଳ ବୁଥ୍‌ ଉପରେ ଆଲୋଚନା ହେବ ବୋଲି ଜଣାପଡିଛି।

ସିିଇଓ ଶ୍ରୀ ଧଳ କହିଛନ୍ତି, କେନ୍ଦ୍ର ନିର୍ବାଚନ ଆୟୋଗ ରାଜ୍ୟର ସମସ୍ତ ଜିଲାର ଜିଲାପାଳଙ୍କ ସହ ନିର୍ବାଚନ ପ୍ରକ୍ରିୟା ସମ୍ବନ୍ଧୀୟ ଆଲୋଚନା କରିବେ। ୯ଟି ଜିଲା ପାଇଁ ଭିଭିପାଟ୍‌ ଆସି ପହଞ୍ଚି ସାରିଛି। ଅକ୍ଟୋବରରେ ସମସ୍ତ ଇଭିଏମ୍ ଓ ଭିଭିପାଟ୍‌ ଗୁଡ଼ିକୁ ଯାଞ୍ଚ କରାଯିବ। ଭୋଟର ତାଲିକା ସଂଶୋଧନ ପାଇଁ ମଧ୍ୟ ପ୍ରକ୍ରିୟା ଚାଲିଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories