www.samajalive.in
Friday, December 12, 2025
14.1 C
Bhubaneswar

ଗ୍ରୀଷ୍ମ ପ୍ରବାହକୁ ନେଇ ପରାମର୍ଶ ଜାରି କଲେ ନିର୍ବାଚନ ଆୟୋଗ

ଡେସ୍କ: ଗ୍ରୀଷ୍ମ ପ୍ରବାହକୁ ନେଇ ନିର୍ବାଚନ ଆୟୋଗ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରାମର୍ଶ ଜାରି କରିଛନ୍ତି। ଗ୍ରୀଷ୍ମ ଋତୁରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ, ଯାହା ମାର୍ଚ୍ଚରୁ ଜୁନ୍ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସୃଷ୍ଟି କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ସଂକ୍ରାନ୍ତରେ ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ରୋକିବା ପାଇଁ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଜାରି କରିଥିବା କ’ଣ ଓ କ’ଣ ନ କରିବାକୁ ପରାମର୍ଶ ଦିଆଯାଇଛି ତାହାର ନକଲ କମିଶନ ପ୍ରଦାନ କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପରାମର୍ଶ ଅନୁଯାୟୀ, ବିଶେଷ କରି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ମଧ୍ୟରେ ଲୋକଙ୍କୁ ସୂର୍ଯ୍ୟକିରଣ ସଂସ୍ପର୍ଶରେ ନ ଆସିବାକୁ ଏବଂ ଆବଶ୍ୟକ ପରିମାଣରେ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କୁ ବାସି ଖାଦ୍ୟ ଖାଇବାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଛାଇର ମୌଳିକ ସୁବିଧା ସୁନିଶ୍ଚିତ କରିବାକୁ ଆୟୋଗ ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories