www.samajalive.in
Sunday, December 7, 2025
14.1 C
Bhubaneswar

ଏଗଜିଟ୍ ପୋଲ ଉପରେ କଟକଣା: ଏପ୍ରିଲ ୧୯ରୁ ଜୁନ୍ ୧ ତାରିଖ ଯାଏଁ କଟକଣା

ନୂଆଦିଲ୍ଲୀ : ଲୋକସଭା ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ନିର୍ବାଚନ ଆୟୋଗ (ଇସି) ବୁଥ ବାହୁଡା ମତ (ଏକଜିଟ୍ ପୋଲ୍‌) ପ୍ରକାଶନ ଉପରେ କଟକଣା ଜାରି କରିଛନ୍ତି। ଜନ ପ୍ରତିନିଧି ଆଇନ ଅନୁଯାୟୀ ଇସି ଜାରି କରିଥିବା ନିର୍ଦେଶନାମା ଅନୁଯାୟୀ ଏପ୍ରିଲ ୧୯ ତାରିଖ ସକାଳ ୭ଟାରୁ ଜୁନ୍ ୧ ତାରିଖ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ କୌଣସି ପ୍ରକାର ଏକଜିଟ୍ ପୋଲ୍ ପ୍ରକାଶ କରାଯାଇପାରିବ ନାହିଁ। ସେହିପରି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ଇଲେକଟ୍ରୋନିକ ଗଣମାଧ୍ୟମରେ ଜନମତ ସର୍ଭେ ପ୍ରକାଶ କରାଯାଇପାରିବ ନାହିଁ। ଲୋକସଭା ନିର୍ବାଚନ ସହିତ ଅରୁଣାଚଳ ପ୍ରଦେଶ, ଓଡିଶା, ସିକିମ୍ ଓ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି ସମୟ ମଧ୍ୟରେ ୧୨ଟି ରାଜ୍ୟର ୨୫ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories