www.samajalive.in
Sunday, December 7, 2025
14.1 C
Bhubaneswar

ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ପଦକ୍ଷେପ ନେଉଛନ୍ତି ନିର୍ବାଚନ କମିଶନ – ରାଜୀବ କୁମାର

ଡେସ୍କ: ନିର୍ବାଚନ ଆୟୋଗ ବେଆଇନ ମଦ, ନଗଦ ଟଙ୍କା, ନିଶା ଦ୍ରବ୍ୟ ଓ ଅସ୍ତ୍ରଶସ୍ତ୍ର ପରିବହନକୁ ରୋକିବା ପାଇଁ ଆନ୍ତଃରାଜ୍ୟ ଓ ଅନ୍ତର୍ଜାତୀୟ ସୀମାରେ କଡ଼ା ନଜର ରଖିବାକୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶାନ୍ତିଶୃଙ୍ଖଳା ଓ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ସୁନିଶ୍ଚିତ କରିବାକୁ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା ପାଇଁ ଆଜି ନୂଆଦିଲ୍ଲୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସହ ଆୟୋଗ ବୈଠକ କରିଛନ୍ତି। ସୀମାର ସୁରକ୍ଷା କରୁଥିବା କେନ୍ଦ୍ରୀୟ ଏଜେନ୍ସି ଏବଂ କର୍ତ୍ତୃପକ୍ଷଙ୍କ ମଧ୍ୟରେ ସମନ୍ୱୟ ଓ ସହଯୋଗ ପାଇଁ ସମସ୍ତ ଅଂଶୀଦାରଙ୍କୁ ଏକାଠି କରିବା ଏହି ବୈଠକର ଉଦ୍ଦେଶ୍ୟ ବୋଲି କମିଶନ କହିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

ସମସ୍ତ ଭିଭିପାଟ ସ୍ଲିପ୍ ଗଣତି ପ୍ରସଙ୍ଗ – ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଶଂସା

- Advertisement -

ଶ୍ରୀ ରାଜୀବ କୁମାର ଅବାଧ, ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ କମିଶନଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ। ନିର୍ବାଚନ ପ୍ରକ୍ରିୟାର ଅଖଣ୍ଡତା ବଜାୟ ରଖିବା ଏବଂ ସମାନ ସୁଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଅଂଶୀଦାରମାନେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଛନ୍ତି। ପ୍ରତ୍ୟେକ ଭୋଟର ଯେଭଳି ବିନା ଭୟରେ ନିଜର ମତାଧିକାର ସାବ୍ୟସ୍ତ କରିପାରିବେ ସେ ନେଇ ଶ୍ରୀ କୁମାର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ଆୟୋଗ ଅରୁଣାଚଳ ପ୍ରଦେଶ, ଛତିଶଗଡ଼ ଓ ମହାରାଷ୍ଟ୍ର ଭଳି ୧୧ଟି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳକୁ ପୋଲିଂ କର୍ମଚାରୀଙ୍କୁ ଏୟାରଲିଫ୍ଟ କରିବା ପାଇଁ ବାୟୁସେନା ଏବଂ ରାଜ୍ୟ ବେସାମରିକ ବିମାନ ଚଳାଚଳ ବିଭାଗର ସହଯୋଗର ସମୀକ୍ଷା କରିଥିଲେ। ବିଶେଷ କରି ଛତିଶଗଡ଼ ଓ ଜମ୍ମୁ-କଶ୍ମୀର ଭଳି ରାଜ୍ୟରେ ବିପଦ ଆଶଙ୍କାକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବିଜାପୁର ଏନକାଉଣ୍ଟରରେ ୧୩ ନକ୍ସଲ ନିହତ

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories