www.samajalive.in
Saturday, December 6, 2025
26.1 C
Bhubaneswar

କ୍ୟାପିଟାଲ ହସ୍ପିଟାଲକୁ ଆସିବ ଇକମୋ ମେସିନ୍‍ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଲାଗିବ ଜୀବନ ରକ୍ଷାକାରୀ ଇକମୋ ମେସିନ୍‍। ସିଏସଆର ପାଣ୍ଠି ଜରିଆରେ ଏହି ମେସିନ ପ୍ରତିଷ୍ଠା କରାଯିବ ଏବଂ ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଭଳି କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ଇକମୋ ମେସିନ ସ୍ଥାପନ କରାଯିବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଭାରତରେ ଇସିଏମଓ(ଇକମୋ) ମେସିନ ଉତ୍ପାଦନ ହେଉନାହିଁ। ଏହି ମେସିନକୁ ବିଦେଶରୁ ଆଣିବା ପାଇଁ ପ୍ରକ୍ରିୟା ଚାଲିଛି ଓ ଏଥିପାଇଁ ଟେଣ୍ଡର ସରିଥିବା ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି।
ଇକମୋ ମେସିନ କାର୍ଯ୍ୟ ବିଷୟରେ ଡିଏମଇଟି କହିଛନ୍ତି, ରୋଗୀର ରକ୍ତ ବାହାରକୁ ଆସି ତାକୁ ଯନ୍ତ୍ର ମାଧ୍ୟମରେ ଅକ୍ସିଜେନେସନ କରାଯାଇ ସେହି ରକ୍ତ ପୁଣି ଶରୀର ଭିତରକୁ ଫେରି ଯାଉଛି। ଏହା ଗୋଟିଏ କୃତିମ ପ୍ରକ୍ରିୟା। ଯେଉଁଥିରେ ଶରୀରର ଅକ୍ସିଜେନକୁ ସାମୟିକ ବଜାୟ ରଖିହେବ। ଏହା ଏକ ବ୍ୟୟବହୁଳ ଚିକିତ୍ସା। ପ୍ରଥମେ ଏହାକୁ ବ୍ୟବହାର କରିବା ପାଇଁ ୪ରୁ ୫ ଲକ୍ଷ ଟଙ୍କା ଦରକାର ପଡ଼ୁଛି। ପରେ ଚିକିତ୍ସା ଜାରି ରଖିବାକୁ ପ୍ରତ୍ୟେକ ଦିନ ଲକ୍ଷେରୁ ୨ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ସେ କହିଛନ୍ତି ଯେ ଆଗରୁ ଫୁସଫୁସ୍‍ ପ୍ରତିରୋପଣ ବେଳେ ଏହାକୁ ବ୍ୟବହାର କରାଯାଉଥିଲା। କୋଭିଡ୍‍ ପରିସ୍ଥିତିରେ ଅତି ଗୁରୁତର ନିମୋନିଆ ହେଲେ ଭେଂଟିଲେଟର ଫେଲ ମାରୁଛି, ସେତେବେଳେ ଏହି ମେସିନର ଆବଶ୍ୟକତା ପଡୁଛି। ଜୀବନ ବଞ୍ଚାଇବା ପାଇଁ ଇକମୋ ଶେଷ ଆଶା। କିନ୍ତୁ ଏଥିପାଇଁ ମାନବ ସମ୍ବଳର ଆବଶ୍ୟକତା ଜରୁରୀ। ଏହି ମେସିନ ଆଣିବା ଲାଗି ସରକାର ସବୁ ପ୍ରକାର ଚେଷ୍ଟା କରୁଥିବା ଡିଏମଇଟି କହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories