www.samajalive.in
Saturday, December 6, 2025
26.1 C
Bhubaneswar

ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୩-୨୪ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ: ୭% ଛୁଇଁବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ: ମୌସୁମୀ ଅଧିବେଶନରେ ବଜେଟ ଉପସ୍ଥାପନ ପୂର୍ବରୁ ସୋମବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ରିପୋର୍ଟ ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୫ %ରୁ ୭% ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ବିଶ୍ଵସ୍ତରରେ ଅନେକ ଆହ୍ବାନ ସତ୍ବେ ଭାରତୀୟ ଅର୍ଥନୀତି ଆଗକୁ ବଢ଼ିଛି। ସମଷ୍ଟି ଅର୍ଥନୀତିରେ ସ୍ଥିରତା ଯୋଗୁ ବିଶ୍ଵସ୍ତରରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ପ୍ରଭାବ ଭାରତୀୟ ଅର୍ଥନୀତି ଉପରେ କମ୍ ମାତ୍ରାରେ ପଡ଼ିଛି। ଯାହାଫଳରେ ଗତ ୨୦୨୪ ଆର୍ଥିକ ବର୍ଷରେ ଦେଶର ଜିଡିପି ୮.୨ ପ୍ରତିଶତ ରହିଥିଲା।

ସେହିପରି ସର୍ବଭାରତୀୟ ବାର୍ଷିକ ବେରୋଜଗାର ହାର ମଧ୍ୟ ହ୍ରାସ ପାଉଥିବା ରିପୋର୍ଟରେ କୁହାଯାଇଛି। କୋଭିଡ ପାନଡେମିକ ପରଠାରୁ ବେରୋଜଗାର ହାର ହ୍ରାସ ପାଇବାରେ ଲାଗିଛି। ଏହି ସମୟରୁ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ନିଯୁକ୍ତି କ୍ଷେତ୍ରର ପୁନରୁଦ୍ଧାର ହୋଇଛି। ୨୦୧୭-୧୮ରୁ ୨୦୨୨-୨୩ ପର୍ଯ୍ୟନ୍ତ ୬ ବର୍ଷ ଧରି ମହିଳା ଶ୍ରମ ଶକ୍ତି ହାର ଲଗାତାର ବୃଦ୍ଧି ପାଇ ଆସୁଛି। ବିଶେଷକରି ଗ୍ରାମାଞ୍ଚଳର ମହିଳାଙ୍କ କ୍ଷେତ୍ରରେ ଏହା ପରିଲକ୍ଷିତ ହେଉଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories