www.samajalive.in
Wednesday, December 10, 2025
18.1 C
Bhubaneswar

ଆଜିଠୁ ସଂସଦର ବଜେଟ୍‍ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ସଂସଦର ବଜେଟ୍‍ ଅଧିବେଶନ ଆରମ୍ଭ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ । ବଜେଟ୍‍ ଯୋଗୁ ଗୃହରେ ଆଜି ଓ ଆସନ୍ତାକାଲି ରହିବନି ପ୍ରଶ୍ନୋତ୍ତର ଏବଂ ଶୂନ୍ୟକାଳ । ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରାଯିବା ନେଇ କାର୍ଯ୍ୟକ୍ରମ ରହିଛି । ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପରେ ଅର୍ଥାତ ଆସନ୍ତାକାଲି ଫେବ୍ରୁଆରୀ ୧ତାରିଖରେ ୨୦୨୨-୨୩ ପାଇଁ ବଜେଟ୍‍ ଉପସ୍ଥାପନା କରାଯିବ । ବଜେଟ ଉପସ୍ଥାପନା ପରେ ବୁଧବାରଠାରୁ ଚାଲିବ ଗୃହକାର୍ଯ୍ୟ । ଏହି ଅଧିବେଶନ ବେଶ ସରଗରମ ହୋଇପାରେ । କାରଣ ଭାରତର ରାଜନୀତିକୁ ପୁଣି ଫେରିଛି ପେଗାସସ୍‍ ପ୍ରସଙ୍ଗ । ବିରୋଧୀ ପେଗାସସକୁ ପ୍ରସଙ୍ଗକରି ସରକାରଙ୍କୁ ଘେରିବେ । ଖାଲି ପେଗାସସ ପ୍ରସଙ୍ଗ ନୁହେଁ ମହଙ୍ଗା ମାଡ଼, ବେରୋଜଗାର, କରୋନା ପ୍ରଭାବିତ ପରିବାରଙ୍କୁ ସହାୟତା ଓ ଚୀନର ଅନୁପ୍ରବେଶ ନେଇ ବିରୋଧୀ ସରକାରଙ୍କୁ ଗୃହରେ ଘେରିପାରନ୍ତି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories