www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଡ଼ି ମହାନିର୍ଦ୍ଦେଶକ

ପୁରୀ: ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମହାନିର୍ଦ୍ଦେଶକ ରାହୁଲ ନବୀନ। ଏହି ସମୟରେ ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି। ଭୁବନେଶ୍ୱର, ପୁରୀ ଓ କଟକ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗସ୍ତ ସମୟରେ ପୁରୀରେ ଦୁଇଦିନ ଅବସ୍ଥାନ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହାପରେ କଟକରେ ଜଷ୍ଟିସ ଅରଜିତ ପଶାୟତଙ୍କ ବାସଭବନରେ ହେବାକୁ ଥିବା ସମୀକ୍ଷା ବୈଠକରେ ଯୋଗଦେବେ। ଏହାପରେ ସେ  ଭୁବନେଶ୍ୱର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶାଖା କାର୍ଯ୍ୟାଳୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ପୁରୀ ଗସ୍ତ କରିବା ନେଇ ସୂଚନା ରହିଛି ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories