www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ସରୁଛି କେଜ୍ରିୱାଲଙ୍କ ରିମାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆଜି(ଗୁରୁବାର) ସରୁଛି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି । ରିମାଣ୍ଡ ଅବଧି ବଢାଇବାକୁ କୋର୍ଟରେ ଇଡି ପୁଣିଥରେ ଆବେଦନ କରିପାରେ। ଆଜି ଦିନ ୨ଟା ବେଳେ ତାଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯିବ ।କେଜ୍ରିୱାଲଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରା କରୁଛି। ଏପଟେ ଦିଲ୍ଲୀ ହାଇକୋର୍ଟରୁ ମଧ୍ୟ କେଜ୍ରିୱାଲଙ୍କୁ ଆଶ୍ବସ୍ତି ମିଳିନାହିଁ। ଇଡି ଦ୍ବାରା ଗିରଫଦାରୀ ଏବଂ ରିମାଣ୍ଡ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ କେଜ୍ରିୱାଲ। ତାଙ୍କୁ ତତ୍କାଳ ମୁକ୍ତି ଦେବାକୁ କେଜ୍ରିୱାଲ ଆବେଦନ କରିଥିଲେ । ତେବେ ହାଇକୋର୍ଟ ଏଥିପାଇଁ ମନା କରିଦେବା ସହ ଇଡିକୁ ନିଜ ପକ୍ଷ ରଖିବାକୁ ଇଡିକୁ ଏପ୍ରିଲ ୩ ଯାଏଁ ସମୟ ଦେଇଛନ୍ତି। ଏପ୍ରିଲ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories