www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଶା ଶିକ୍ଷା ସେବା ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୧୬୦ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ନିଯୁକ୍ତି ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏହି ଅବସରରେ ଭୁବନେଶ୍ବରସ୍ଥିତ କୃଷି ଭବନ ସମ୍ମିଳନୀ କକ୍ଷରେ ରବିବାର ଏକ କାଉନସେଲିଂ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଓପିଏସ୍‌ସି ଦ୍ୱାରା ମନୋନୀତ ୧୬୦ ଜଣଙ୍କ ମଧ୍ୟରୁ ୧୫୮ଜଣ କାଉନସେଲିଂ ପ୍ରକ୍ରିୟାରେ ଯୋଗ ଦେଇଥିଲେ। କାର୍ୟ୍ୟକ୍ରମର ପ୍ରଥମ ପର୍ୟ୍ୟାୟରେ କାଉନସେଲିଂ ପ୍ରକ୍ରିୟା ସମ୍ବନ୍ଧୀୟ ସମସ୍ତ ବିବରଣୀ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶକ ରଘୁରାମ ଆୟାର ପ୍ରଦାନ କରିଥିଲେ।

ନବନିଯୁକ୍ତ ଅଧିକାରୀମାନଙ୍କୁ ସେମାନଙ୍କ ନିଯୁକ୍ତି ସମ୍ପର୍କରେ ସମସ୍ତ ସୂଚନା ପ୍ରଦାନ କରାଯାଇଥିଲା। କେଉଁ ଅଧିକାରୀ କେଉଁ ସ୍ଥାନରେ କେଉଁ ପଦରେ ଯୋଗଦେବେ ତାହା ସେମାନଙ୍କୁ ଜଣାଇ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ରାଜ୍ୟ କନଭେନସନ୍‌ ସେଣ୍ଟରଠାରେ ଏହି ନବନିଯୁକ୍ତ ଅଧିକାରୀମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ରାଜ୍ୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ସମସ୍ତ ଶିକ୍ଷା ସେବା ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କୁ ନିଜ କର୍ତ୍ତବ୍ୟ ଓ ଦାୟିତ୍ବ ପ୍ରତି ଦୃଢ଼ ପ୍ରତିଜ୍ଞ ହେବା ପାଇଁ ପରାମର୍ଶ ଦେଇଥିଲେ। କାଉନସେଲିଂ କାର୍ଯ୍ୟକ୍ରମରେ ଯୋଗଦେଇ ମାଧ୍ୟମିକ ଶିକ୍ଷା ନିର୍ଦେଶକ ସୁଶାନ୍ତ କୁମାର ଦାଶ କହିଥିଲେ, ଲୋକଙ୍କଠାରୁ ମତାମତ ଗ୍ରହଣ କରି ଏହା ଉପରେ କାର୍ଯ୍ୟ କରିବା ଦ୍ୱାରା ସରକାରଙ୍କ ଉପରେ ଲୋକଙ୍କ ଭରସା ଓ ବିଶ୍ବାସ ବଢ଼ିବ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ଦେଶକ ଦୁର୍ଗାପ୍ରସାଦ ମହାପାତ୍ର ସାହାଯ୍ୟ, ସହଯୋଗ ମାଧ୍ୟମରେ ଶିକ୍ଷା ବିଭାଗକୁ ବିକାଶ ପଥରେ ଆଗେଇ ନେବା ପାଇଁ ନବନିଯୁକ୍ତ ଅଧିକାରୀମାନଙ୍କୁ ଆହ୍ୱାନ ଦେଇଥିଲେ।

- Advertisement -

ଏହାସହ ପ୍ରାଥମିକ ଶିକ୍ଷା ନିର୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ବିଦ୍ୟାଳୟ, ବ୍ଲକ୍‌ ଓ ଜିଲାର ତୃଣମୂଳସ୍ତରକୁ ଯାଇ ପିଲାମାନଙ୍କ ଶୈକ୍ଷିକ ବିକାଶ ପାଇଁ ନୂତନ କାର୍ଯ୍ୟପନ୍ଥା ଆପଣାଇବାକୁ ପରାମର୍ଶ ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories