www.samajalive.in
Tuesday, December 9, 2025
23.1 C
Bhubaneswar

ଅଣ୍ଡା ଆଳୁ ବରା

ଆବଶ୍ୟକ ସାମଗ୍ରୀ
ସିଝା ଆଳୁ – ୫ଟି
ଅଣ୍ଡା – ୨ଟି
କଟା କଞ୍ଚା ଲଙ୍କା – ୨ଟି
ମଇଦା – ୨ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପାଉଁରୁଟିର ମାଟିଆ ଅଂଶ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ସିଝା ଆଳୁକୁ ଭଲ ଭାବେ ଚକଟି ଏଥିରେ ଅଣ୍ଡା ଭାଙ୍ଗି ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାପରେ ଏଥିରେ ମଇଦା, ଲୁଣ, ପାଉଁରୁଟିର ମାଟିଆ ଅଂଶ, କଞ୍ଚା ଲଙ୍କା ପକାଇ ମିଶାଇ ଦିଅନ୍ତୁ। ମିଶାଇବା ପରେ ଏହି ମିଶ୍ରଣରୁ ଗୋଲ ଆକୃତିର ବଲ ଭଳି କରନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରସ୍ତୁତ ବଲକୁ ଛାଣି ଦିଅନ୍ତୁ। ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢି କଟା ପିଆଜ, ଧନିଆ ପତ୍ର ଦେଇ ସଜାଇ ଦିଅନ୍ତୁ। ଏହାକୁ ଟମାଟୋ ସସ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories