www.samajalive.in
Monday, December 8, 2025
27.1 C
Bhubaneswar

ଅଣ୍ଡା ଚଟପଟି

ଆବଶ୍ୟକ ସାମଗ୍ରୀ
ଅଣ୍ଡା – ୪ଟି
କଟା ଟମାଟୋ – ୨ଟି
ଲଙ୍କା ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ବେସନ – ଅଳ୍ପ
କଞ୍ଚା ଲଙ୍କା – ୨ଟି
କଟା ପିଆଜ – ୨ଟି
ଗୋଲମରିଚ ଗୁଣ୍ଡ – ଅଳ୍ପ
କଳା ଲୁଣ – ଅଳ୍ପ
ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ ଏକ ପାତ୍ରରେ ପାଣି ଗରମ କରି ଅଣ୍ଡାକୁ ସିଝାନ୍ତୁ। ଅଣ୍ଡା ସିଝିବା ପରେ ଏହାର ଚୋପା ଛଡ଼ାଇ ଦିଅନ୍ତୁ। ଏବେ ଏକ ପାତ୍ରରେ ବେସନ , ପାଣି, ଲଙ୍କା ଗୁଣ୍ଡ ,ହଳଦୀ ଗୁଣ୍ଡ, ଲୁଣ ପକାଇ ଗୋଳାଇ ମିଶ୍ରଣ ପ୍ରସ୍ତୁତ କରି ରଖନ୍ତୁ। ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବେସନ ମିଶ୍ରଣରେ ଅଣ୍ଡାକୁ ବୁଡ଼ାଇ ତେଲରେ ଛାଣନ୍ତୁ। ଛାଣିବା ପରେ ଏକ ପାତ୍ରକୁ କାଢି ରଖନ୍ତୁ। ଅଣ୍ଡାକୁ ଚାରି ଫାଳ କରି କାଟି ଏକ ପାତ୍ରରେ ରଖନ୍ତୁ। ଏବେ କଟା ପିଆଜ ,କଞ୍ଚା ଲଙ୍କା, ଧନିଆ ପତ୍ର କଟା ଟମାଟୋ, ଗୋଲମରିଚ ଗୁଣ୍ଡ, ଅଳ୍ପ କଳା ଲୁଣକୁ ଏହି ଅଣ୍ଡା ଉପରେ ପକାନ୍ତୁ। ପ୍ରସ୍ତୁତ ହୋଇଗଲା ଅଣ୍ଡା ଚଟପଟି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories