www.samajalive.in
Monday, December 8, 2025
20.1 C
Bhubaneswar

ଅଣ୍ଡାକିମା ତରକାରୀ 

ଆବଶ୍ୟକ ସାମଗ୍ରୀ 

ସିଝା ଅଣ୍ଡା – ୩ଟି 

- Advertisement -

ତେଲ – ଆବଶ୍ୟକ ପରିମାଣରେ

କଟା ପିଆଜ – ୨ଟି

କଟା କଞ୍ଚା ଲଙ୍କା – ୩ଟି

ଅଦା ରସୁଣ ବଟା – ୨ ଚାମଚ

କଟା ଟମାଟୋ – ୧ଟି

ହଳଦୀ ଗୁଣ୍ଡ – ଅଳ୍ପ

ଲଙ୍କା ଗୁଣ୍ଡ – ଅଳ୍ପ

ଲୁଣ – ଆବଶ୍ୟକ ପରିମାଣରେ

ଗରମ ମସଲା – ଅଳ୍ପ

ଚିକେନ ମସଲା – ଅଳ୍ପ 

କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ

ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ, କଞ୍ଚା ଲଙ୍କା ପକାଇ ଭାଜନ୍ତୁ। ଭାଜିବା ପରେ ଅଦା ରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ କଟା ଟମାଟୋ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଗରମ ମସଲା, ଚିକେନ ମସଲା, ଲୁଣ ପକାଇ ଭଲ ଭାବେ ଗୋଳାଇ ଅଳ୍ପ ପାଣି ଦେଇ ୧୦ ମିନିଟ ଫୁଟାନ୍ତୁ। ଏହାପରେ ଏଥିରେ ସିଝା ଅଣ୍ଡାକୁ କୋରି ପକାଇ ଗୋଳାନ୍ତୁ। ୨ ମିନିଟ ପରେ ଏକ ପାତ୍ରକୁ କାଢି କଟା ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଅଣ୍ଡାକିମା ତରକାରୀ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories