www.samajalive.in
Monday, December 15, 2025
14.1 C
Bhubaneswar

ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’

ଭୁବନେଶ୍ୱର: ଓଡ଼ିଶାରେ ଥିବା ଅର୍ବାନ୍‌ ହାଟଗୁଡ଼ିକର ପରିଚାଳନା ଦାୟିତ୍ୱ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଜ ହାତକୁ ନେବା ପରେ, ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ଏକାମ୍ର ହାଟକୁ କାରିଗର ଓ ବୁଣାକାରମାନଙ୍କର ବ୍ୟବସାୟ ଉଦ୍ଦେଶ୍ୟରେ ନୂତନ ଭାବରେ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ହସ୍ତଶିଳ୍ପ ତଥା ବୁଣାକାରମାନଙ୍କୁ ସେମାନଙ୍କ ଉତ୍ପାଦିତ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀର ବଜାର ପାଇଁ ସୁଯୋଗ ସୃଷ୍ଟି କରିବା ଏକାମ୍ର ହାଟର ମୁଖ୍ୟ ଉଦ୍ଦେଶ୍ୟ। ଏହା ମଧ୍ୟ କୋଭିଡ୍‌ ସମୟରେ ପ୍ରଭାବିତ ହୋଇଥିବା ହସ୍ତଶିଳ୍ପୀ ତଥା ବୁଣାକାରମାନଙ୍କ ମଧ୍ୟରେ ଆଶାର ନୂତନ କିରଣ ଭାବେ ଉଭା ହୋଇଛି। ହାଟକୁ ଦୁଇଟି ଜୋନ୍‌ରେ ବିଭକ୍ତ କରାଯାଇଛି, ଯଥା-‘ଏକାମ୍ର କୁଟୀର’, ଯେଉଁଠି ୮ଟି କଳା ପ୍ରଦର୍ଶନ ଷ୍ଟଲ ସହିତ ୫୦ଟି ଷ୍ଟଲ ଏବଂ ‘ଏକାମ୍ର ବଜାର’ ଯେଉଁଠି ଏକ ଖୋଲା ଜାଗା ପରିବେଷ୍ଟିତ ୩୩ଟି ଷ୍ଟଲ ଅଛି। ସମୁଦାୟ ୮୩ଟି ଷ୍ଟଲ ମଧ୍ୟରୁ ୫୬ଟି ହସ୍ତଶିଳ୍ପ ପାଇଁ ଓ ୨୭ଟି ହସ୍ତତନ୍ତ ପାଇଁ ଉଦ୍ଦିଷ୍ଟ। ପରିଦର୍ଶକମାନେ ଏକାମ୍ର ହାଟରେ ହସ୍ତଶିଳ୍ପୀ ଓ ବୁଣାକାରମାନଙ୍କ ଉତ୍ପାଦିତ ପ୍ରକୃତ ହସ୍ତଶିଳ୍ପ ତଥା ହସ୍ତତନ୍ତ ସାମଗ୍ରୀ ପ୍ରତ୍ୟକ୍ଷ ଭାବେ ଦେଖିବା ଓ କିଣିବାର ସୁଯୋଗ ପାଇପାରିବେ ତଥା ସେମାନଙ୍କ ସହ ଭାବର ଆଦାନପ୍ରଦାନ କରିପାରିବେ।

 

- Advertisement -

ଏଠାରେ ହସ୍ତଶିଳ୍ପୀ ଓ ବୁଣାକାରମାନଙ୍କ ଦ୍ୱାରା ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରତ୍ୟକ୍ଷ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି, ଯଦ୍ଦ୍ୱାରା ପରିଦର୍ଶକମାନେ ଓଡ଼ିଶାର ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରସ୍ତୁତି ପ୍ରଣାଳୀ ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିପାରିବେ। ଏହି ହାଟରେ ବୟନିକା, ଅମ୍ଳାନ, ସମ୍ବଲପୁରୀ ବସ୍ତ୍ରାଳୟ ଓ ଉତ୍କଳିକା ସଂସ୍ଥାମାନଙ୍କ ଷ୍ଟଲ ଖୋଲାଯାଇଛି। ଏକାମ୍ର ହାଟରେ ୧୦ଟି ସ୍ୱତନ୍ତ୍ର ଜଳପାନ ଷ୍ଟଲ ବ୍ୟବସ୍ଥା କରାଯାଇଛି। ସେହି ଷ୍ଟଲମାନଙ୍କରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ଭାରତର ଅନ୍ୟାନ୍ୟ ପ୍ରାନ୍ତର ସୁସ୍ୱାଦୁ ଖାଦ୍ୟମାନ ଗୋଟିଏ ଛାତ ତଳେ ଉପଲବ୍ଧ କରାଯାଇଛି। ପରିଦର୍ଶକ/ପ୍ରଦର୍ଶକ/କ୍ରେତାମାନଙ୍କ ସୁବିଧା ନିମନ୍ତେ ଏକାମ୍ର ହାଟ ପରିସରରେ ସମ୍ମିଳନୀ କକ୍ଷ, ମୁକ୍ତାକାଶ ମଂଚ, ଏଟିଏମ୍‌, ପାର୍କିଂ ସ୍ଥଳ ଓ କିଓସ୍କ ଆଦିର ସୁବିଧା ଅଛି। ଏକାମ୍ର ହାଟ ଏପରି ଗୋଟିଏ ସୁନ୍ଦର ପରିକଳ୍ପନା ଯେଉଁଠାରେ ଓଡ଼ିଶା ରାଜ୍ୟର ପୁରାତନ ସଂସ୍କୃତି ଓ ପରମ୍ପରା ସହିତ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ପାରମ୍ପରିକ ସୁସ୍ୱାଦୁ ଖାଦ୍ୟକୁ ଉପଲବ୍ଧ କରାଯାଇଛି। ଏକାମ୍ର ହାଟ ପ୍ରତ୍ୟେକ ଦିନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ସମସ୍ତ କୋଭିଡ୍‌-୧୯ ନିୟମ ପାଳନ ସହିତ ଖୋଲା ରହିବ । ସରକାରଙ୍କ କୋଭିଡ୍‌ ନିୟମ ଅନୁଯାୟୀ ଅକେଫାବର ୧୧ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ଖୋଲିବା ସମୟରେ ପରିବର୍ତ୍ତନ କରାଯିବ। ଏକାମ୍ର ହାଟର ପରିଚାଳନା ଦାୟିତ୍ୱ, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଉପରେ ନ୍ୟସ୍ତ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories