www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୧୦୪ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ, ମାତ୍ର ୩୨ଟି କାର୍ଯ୍ୟକ୍ଷମ

ଡେସ୍କ: ୨୦୨୫-୨୬ ଆର୍ଥିକ ବର୍ଷ ସୁଦ୍ଧା ଦେଶର ୭୪୦ଟି ବ୍ଲକରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ସ୍ଥାପନ ଲାଗି କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ସାଂସଦ ଅଚ୍ୟୁତାନନ୍ଦ ସାମନ୍ତଙ୍କ ଲୋକସଭାରେ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜନଜାତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂହ ସାରୁତା ଏହା କହିଛନ୍ତି। ସେ କହିଛନ୍ତି, ୨୦୧୧ ଜନଗଣନା ଅନୁଯାୟୀ ଯେଉଁ ବ୍ଲକରେ ୫୦ ପ୍ରତିଶତରୁ ଅଧିକ ତଫସିଲଭୁକ୍ତ ଉପଜାତି କିମ୍ବା ୨୦ ହଜାର ଜନଜାତି ରହୁଥିବେ ସେଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ସ୍ଥାପନ କରାଯିବ।

ଓଡ଼ିଶାର ୧୧୪ଟି ବ୍ଲକ ଏଥିପାଇଁ ଚିହ୍ନଟ କରାଯାଇଥିବା ବେଳେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରଣାଳୟ ୧୦୪ଟି ଏହିଭଳି ବିଦ୍ୟାଳୟ ଖୋଲିବା ଲାଗି ଅର୍ଥ ମଞ୍ଜୁର କରିସାରିଛି। କନ୍ଧମାଳ ଜିଲ୍ଲାର ୮ଟି ଏକଲବ୍ୟ ବିଦ୍ୟାଳୟ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକ ସ୍ଥଳେ ଗୋଟିଏ ବ୍ଲକରେ ୧ରୁ ଅଧିକ ଏକଲବ୍ୟ ବିଦ୍ୟାଳୟ ସ୍ଥାପନ କରାଯାଇପାରିବ। ତେବେ ସୂଚନା ଅନୁଯାୟୀ ରାଜ୍ୟରେ ଥିବା ୧୦୪ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମଧ୍ୟରୁ ଏବେ ୩୨ଟି ବିଦ୍ୟାଳୟ କାର୍ଯ୍ୟକ୍ଷମ ଥିବା ଜଣାପଡ଼ିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories