www.samajalive.in
Monday, December 15, 2025
17.1 C
Bhubaneswar

ଇକେୱାଇସି ଅପଡେଟ୍‌‌ ସରିଲେ ନୂଆ ରାସନ କାର୍ଡ ବଣ୍ଟନ- ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାସନ କାର୍ଡରେ ଇକେୱାଇସି ଅପଡେଟ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯେଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ପାଖାପାଖି ୨କୋଟି ୩୦ଲକ୍ଷ ଇକେୱାଇସି ଅପଡେଟ୍‌‌ ସରିଲାଣି ଆଉ ୧କୋଟି ଲୋକଙ୍କ ଇକେୱାଇସି ବାକି ରହିଛି। ଆସନ୍ତା ୧୫-୨୦ଦିନରେ ଇକେୱାଇସି ଅପଡେଟ୍‌‌ ଶେଷ ହେବ, ଏହାପରେ ନୂଆ କାର୍ଡ ବଣ୍ଟାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସେହିପରି ୨୦୨୮ ପର୍ଯ୍ୟନ୍ତ ଗରିବଙ୍କୁ ମାଗଣାରେ ଚାଉଳ ଯୋଗାଇ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ। ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ମଧ୍ୟରେ ସେହି ଅନୁପାତରେ ମାଗଣା ଚାଉଲ ଯୋଗାଣ ଅବଧି ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories