www.samajalive.in
Sunday, December 7, 2025
23.1 C
Bhubaneswar

ଇ-କେୱାଇସି କରିନଥିଲେ ମିଳିବନି ଚାଉଳ : ମନ୍ତ୍ରୀ

ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି ।  ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ମିଳିବନି । ଏବେ ଇ-କେୱାଇସି ପ୍ରକ୍ରିୟାକୁ କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ସମୟ ବଢାଇଲେ ଆମେ ବଢାଇବୁ।  ବାଦ୍ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି ।  ଏବେ ଆଉ ସମୟ ନାହିଁ ।  ଏବେବି କେଓ୍ୱାଇସି କରିନଥିବା ଲୋକଙ୍କୁ ଚାଉଳ ପଠାଯାଉଛି ।  ତାକୁ ଖୁବଶୀଘ୍ର ବନ୍ଦ କରିଦିଆଯିବ । ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ ।  ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories