ଭୁବନେଶ୍ଵର : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ ତାରିଖ ରଖାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଭିତରେ ପ୍ରାର୍ଥିପତ୍ର ଦାଖଲ ପାଇଁ ନିର୍ଦ୍ଦେଶ ହୋଇଥିବାବେଳେ ୧୭ରେ ଯାଞ୍ଚ କରାଯିବ। କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ। ୧୯ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଥିବାବେଳେ ନଭେମ୍ବର ୩ରେ ହେବ ଭୋଟଗ୍ରହଣ ହେବ। ନଭେମ୍ବର ୧୦ରେ ହେବ ଭୋଟଗଣତି।
ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
Popular Categories



