www.samajalive.in
Monday, December 15, 2025
26.1 C
Bhubaneswar

ଅକ୍ଟୋବର ୪ରେ ଇସିଙ୍କ ବିହାର ଗସ୍ତ

ନୂଆଦିଲ୍ଲୀ : ଚଳିତବର୍ଷ ଶେଷଆଡକୁ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ନେତୃତ୍ବରେ ନିର୍ବାଚନ କମିଶନ (ଇସି) ଟିମ୍‌ ଅକ୍ଟୋବର ୪ରେ ବିହାର ଗସ୍ତ କରିବେ ବୋଲି ଜଣାପଡିଛି। ଦୁଇଦିନ ଅବସ୍ଥାନ କାଳରେ ସେମାନେ ବିହାର ନିର୍ବାଚନ ପାଇଁ ନିଯୁକ୍ତ ପୁଲିସ ଅଧିକାରୀ, କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବିହାରରେ ଏସଆଇଆର (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଚଳିତମାସ ୩୦ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ସୂଚନାଯୋଗ୍ୟ ଆସନ୍ତା ନଭେମ୍ବର ୨୨ ସୁଦ୍ଧା ବିହାର ବିଧାନସଭାର କାର୍ଯ୍ୟକାଳ ପୂରିଯାଉଛି। ତେଣୁ ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ନଭେମ୍ବରରେ ବିହାର ନିର୍ବାଚନ ଅନୁଷ୍ଠିତ ହେବା ଜରୁରୀ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories