www.samajalive.in
Friday, December 12, 2025
17.1 C
Bhubaneswar

ବାଜିଲା ୨୪ ନିର୍ବାଚନ ବିଗୁଲ୍‌‌ ; ଓଡିଶାରେ ମେ’୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌‌

ଭୁବନେଶ୍ୱର : ବାଜିଲା ୨୦୨୪ ନିର୍ବାଚନ ବିଗୁଲ୍‌‌। ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ। ଭାରତୀୟ ନିର୍ବାଚନ କମିସନ ସାମ୍ବାଦିକ ସମ୍ମିଳନୀ ଯୋଗେ ଶନିବାର ତାରିଖ ଘୋଷଣା କରିଛନ୍ତି। ଲୋକସଭା ଓ ଓଡିଶା ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଓଡିଶାରେ ମେ’୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌‌। ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ସିଇସି ରାଜୀବ କୁମାର ସୂଚନା ଦେଇଛନ୍ତି। ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌‌ ସହ ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଧିକାରୀ ପ୍ରସ୍ତୁତ ରହିଛନ୍ତି। ଭୋଟ ଗ୍ରହଣ ପାଇଁ ୫୫ ଲକ୍ଷ ଇଭିଏମ୍‌‌ ପ୍ରସ୍ତୁତ ରହିଛି।
ପ୍ରଥମ ଥର ପାଇଁ ୧ କୋଟି ୮୨ ଲକ୍ଷ ନୂଆ ଭୋଟର ଭୋଟ ଦେବେ। ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି। ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ। ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର। ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ରହିଛି। ଘରେ ରହି ଭୋଟ୍‌‌ ଦେଇପାରିବେ ବୟସ୍କ ଭୋଟର। ଘରେ ଫର୍ମ ପହଞ୍ଚାଇ ଦିଆଯିବ। ପରେ ସଂଗ୍ରହ କରାଯିବ।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories