www.samajalive.in
Monday, December 8, 2025
13.1 C
Bhubaneswar

ନିର୍ବାଚନ ପାଇଁ ପ୍ରଶିକ୍ଷଣ, ସ୍ବତନ୍ତ୍ର ପରୀକ୍ଷା

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଏନ୍‌. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଭାସୀ ବୈଠକରେ ଅନ୍ୟତମ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଏବଂ ମିହିର ମହାନ୍ତି ବିଭିନ୍ନ ଜିଲାର ନିର୍ବାଚନ ପ୍ରସ୍ତୁତି ବାବଦରେ ସମୀକ୍ଷା କରିଥିଲେ। ପୁରୀ, ଗଜପତି, ଝାରସୁଗୁଡ଼ା, ମୟୂରଭଞ୍ଜ ଆଦି ଜିଲାର ଅତିରିକ୍ତ ଜିଲାପାଳ ଓ ଅନ୍ୟ ଅଧିକାରୀମାନେ ଅଭାସୀ ମାଧ୍ୟମରେ ନିଜ ନିଜ ଜିଲାର ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ସବିଶେଷ ତଥ୍ୟ ରଖିଥିଲେ।

ଏହି ବୈଠକରେ ମୁଖ୍ୟତଃ ଜିଲ୍ଲାସ୍ତରରେ ଟ୍ରେନିଂ, ପୋଷ୍ଟାଲ ବାଲାଟର ପରିଚାଳନା ଆଦି ବିଷୟରେ ଆଲୋଚନା ହୋଇଥିଲା । ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରମାନେ ଯେପରି ଇଭିଏମ୍‌ ସମ୍ବନ୍ଧୀୟ ସମସ୍ତ ଟ୍ରେନିଂ ପାଇପାରିବେ ସେ ବିଷୟରେ ଆଲୋଚନା ହୋଇଥିଲା।  ଟ୍ରେନିଂ ପରେ ସମସ୍ତଙ୍କ ସନ୍ଦେହ ମୋଚନ ନିମନ୍ତେ ମଧ୍ୟ ବ୍ୟବସ୍ଥା କରାଯିବ। ପରେ ସେମାନେ ଏକ ସ୍ୱତନ୍ତ୍ର ପରୀକ୍ଷା ଦେବେ। ଏହା ଦ୍ୱାରା ନିର୍ବାଚନ ପରିଚାଳନା ସମ୍ବନ୍ଧରେ ସେମାନେ ସବିଶେଷ ଜ୍ଞାନ ପାଇପାରିବେ ଓ ଉଚିତ ରୂପରେ ଦାୟିତ୍ୱ ନିର୍ବାହ କରିପାରିବେ । ବିଭିନ୍ନ ଜିଲା ପକ୍ଷରୁ ଏହି ସମସ୍ତ ବିଷୟ ଉପରେ ଅଧିକାରୀମାନେ ତଥ୍ୟ ରଖିଥିଲେ।

- Advertisement -

ଆଗାମୀ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ ଓ ଅବାଧ କରିବା ନିମନ୍ତେ ଜିଲ୍ଲାସ୍ତରରୁ ନିର୍ବାଚନର ସୁପରିଚାଳନା ଏବଂ ପ୍ରତିଟି ବୁଥ୍‌ରେ ଯେପରି ଭୋଟରମାନେ ଉପଯୁକ୍ତ ଭାବେ ମତଦାନ କରିପାରିବେ ସେ ଉପରେ ଧ୍ୟାନକେନ୍ଦ୍ରିତ କରି ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଲଗାତାର ଭାବେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories