www.samajalive.in
Monday, December 15, 2025
14.1 C
Bhubaneswar

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ   ୧୩ ହଜାର ୯୬୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

ଭୁବନେଶ୍ୱର ତା .- ସାଧାରଣ  ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଶନିବାର ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ   ୧୩ ହଜାର ୯୬୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି। ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୨ ହଜାର ୭୬୫ ଜଣଙ୍କୁ ଅଟକ ରଖାଯାଇଛି। ୫ ହଜାର ୩୭୦  ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା  ଦିଆଯାଇଛି । ଲାଇସେନ୍ସ ନଥିବା  ୨୪୬ ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୫୭.୫୮୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି। ଶନିବାର ସୁଦ୍ଧା  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍‍ ସହାୟତାରେ ପ୍ରାୟ  ୪୪୬୫୦.୫୮୮  ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୭୮ ଲକ୍ଷ ୧୧ ହଜାର ୪୩୨  ଟଙ୍କା। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଶନିବାର ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୬ ଲକ୍ଷ ୬୨  ହଜାର ୩୪୪ଟି ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି। ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‍ ଭାବେ ଲାଗିଥିବା ୩ ଲକ୍ଷ ୭ ହଜାର ୮୪୨ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ  ବାହାର କରିଦିଆଯାଇଛି।   ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍‍ ନଂ ୦୬୭୪-୨୩୯୫୦୧୫କୁ  ଆଜି ସୁଦ୍ଧା ୧୦୭୨ଟି କଲ୍‍ ଏବଂ ଭୋଟର ହେଲ୍ପଲାଇନ୍‍ ନମ୍ବର ୧୯୫୦କୁ ୧୬ ହଜାର ୨୮୭ଟି କଲ୍‍  ମିଳିଥିବା ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories