www.samajalive.in
Tuesday, December 9, 2025
26.1 C
Bhubaneswar

କରେଣ୍ଟ ଲାଗି ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ବଲାଙ୍ଗିର: ବଲାଙ୍ଗିର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ସାନବୁର୍କାବାହାଲ ଗାଁରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସ୍ୱାମୀଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଘଟଣାରୁ ପ୍ରକାଶ ଯେ,ଗାଁର ଶୁକ୍ରୁ ସାଗର ସକାଳୁ ଶୌଚ ହେବାକୁ ନିଜ ବାଡି ପଟକୁ ଯାଇଥିବା ବେଳେ ସେଠାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଘଟଣା ସ୍ଥଳରେ ଗୁରୁତର ହୋଇ ପଡିଥିବା ବେଳେ ସ୍ତ୍ରୀ ଲଳିତା ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। ହେଲେ ସେ ମଧ୍ୟ ଗୁରୁତର ଆହତ ହୋଇଥିଲେ।

ପଡୋଶୀ ଉଦ୍ଧାର କରି ଦୁହେଁଙ୍କୁ ସଙ୍ଗେ ସଙ୍ଗେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସମ୍ପର୍କରେ ପୁଇଁନ୍ତଲା ଥାନା ପୁଲିସ ଡାକ୍ତରଖାନାରେ ପହଞ୍ଚି ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ପରିବାର ଲୋକେ ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଗୋଟେ ଅମୂଲ୍ୟ ଜୀବନ ଚାଲିଗଲା ବୋଲି ଗୁରୁତର ଅଭିଯୋଗ କରିଛନ୍ତି। ଏହି ଘଟଣାରେ ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ଆବଶ୍ୟକୀୟ କ୍ଷତିପୂରଣ ପ୍ରଦାନ କରାଯିବାକୁ ପରିବାର ଲୋକେ ଦାବି କରିଛନ୍ତି। ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପରେ ମୃତ ପରିବାର ବର୍ଗଙ୍କୁ ପୁଇଁନ୍ତଲା ଥାନା ପୁଲିସ ଶବ ହସ୍ତାନ୍ତର କରିଥିଲା।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories