www.samajalive.in
Saturday, December 6, 2025
16.1 C
Bhubaneswar

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳା ମୃତ

ପାତ୍ରପୁର : ଜରଡ଼ା ଥାନା ଗୁଣ୍ଡୁରା ପଞ୍ଚାୟତ ଲକ୍ଷ୍ମୀପୁର ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ଜଣକ ହେଲେ ୫୫ ବର୍ଷୀୟା ଏସ. ସୁଶୀଳା ପାତ୍ର । ସୁଶୀଳା ଘରେ ପାଣି ମୋଟର ଲଗାଇଥିବା ବେଳେ ହଠାତ୍ ବିଦ୍ୟୁତ୍ ସ୍ପର୍ଶରେ ଆସିବା ଫଳରେ ଗୁରୁତର ଆହତ ହୋଇ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତୁରନ୍ତ ତାଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡ଼ାକ୍ତର ସୁଶୀଳାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି। ଏହି ଖବର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories