www.samajalive.in
Monday, December 15, 2025
15.1 C
Bhubaneswar

କମିଲା ବିଜୁଳି ଦର

ଭୁବନେଶ୍ବର : କମିଲା ଘରୋଇ ଉପଭୋକ୍ତା ବିଜୁଳି ଦର । ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କରିଛି ଓଇଆରସି । ପ୍ରି-ପେଡ୍ ମିଟର ଥିବା ଉପଭୋକ୍ତାଙ୍କୁ ୪ ପ୍ରତିଶତ ରିହାତି ମିଳିବା ନେଇ ଘୋଷଣା ହୋଇଛି । ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ ଟଙ୍କାରୁ ୭୦ ଟଙ୍କାକୁ ହ୍ରାସ କରାଯାଇଛି । ସେହିଭଳି କାଗଜ ବଦଳରେ ଇ-ବିଲ୍ ନେଲେ ଉପଭୋକ୍ତାଙ୍କୁ ୧୦ ଟଙ୍କା ରିହାତି ମିଳିବ । ଏହା ବ୍ୟତୀତ ଶୀତଳ ଭଣ୍ଡାର ପାଇଁ ୟୁନିଟ୍ ପିଛା ଦର ୧ ଟଙ୍କା ୬୦ ପଇସା ହ୍ରାସ କରାଯାଇଥିବାବେଳେ ଇଭି ଚାର୍ଜିଂ ପାଇଁ ୟୁନିଟ୍ ପିଛା ଦର ୫ ଟଙ୍କା ୫୦ ପଇସାରୁ ୫ ଟଙ୍କାକୁ ହ୍ରାସ କରାଯାଇଛି । ଧାର୍ଯ୍ୟ ସମୟରେ ବିଲ୍ ଦେଲେ ଘରୋଇ ଉପଭୋକ୍ତାଙ୍କୁ ୧୦ ପଇସା ରିହାତି ମିଳିବ ବୋଲି ସୂଚନା ଦିଆଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories