www.samajalive.in
Saturday, December 6, 2025
26.1 C
Bhubaneswar

ବଣ ମହୁଲଡିହାରେ ହାତୀ ଉପଦ୍ରବ, ନଷ୍ଟ କଲେ ପନିପରିବା ଚାଷ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା ଗ୍ରାମରେ ଗୁରୁବାର ରାତିରେ ହାତୀପଲ ଗ୍ରାମରେ ପଶି ବ୍ୟାପକ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏହି ହାତୀପଲରେ ୮ଟି ହାତୀ ଥିବା ଜଣାପଡିଛି। ହାତୀ ପଲ ଘଟଗାଁ ରେଞ୍ଜରୁ ଆସି ପାଟଣା ରେଞ୍ଜର ବିଭିନ୍ନ ଗାଁରେ ଆତଙ୍କ ଖେଳାଇଥିଲେ। ହାତୀପଲ ଏବେ ଗାଁ ନିକଟ ଅଟେଇ ସଂରକ୍ଷିତ ଜଙ୍ଗଲରେ ଥିବାରୁ ଏହାକୁ ନେଇ ସ୍ଥାନୀୟଲୋକେ ଭୟବୀତ ଅବସ୍ଥାରେ ଅଛନ୍ତି। ଖୁବଶୀଘ୍ର ହାତୀ ଘଉଡାଇବା ସହିତ କ୍ଷୟକ୍ଷତିର ଆକଳନ କରି କ୍ଷତିଗ୍ରସ୍ତ ଗରିବ ଚାଷୀଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଡୁମୁରିଆ ସରପଞ୍ଚ ଦମୟନ୍ତି ନାୟକ ଦାବି କରିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories