www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଜଣଙ୍କୁ ଦଳି ମାରିଲା ଦନ୍ତା

ଦେବଗଡ: ଥମୁନି ହାତୀ ମଣିଷ ଲଢେଇ । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀର ମୃତ୍ୟୁ ଘଟୁଛି। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ ଘଟିଛି।  ଟିପିରିସିଙ୍ଗା ଗାଁର ଦୁଇ ଜଣଙ୍କୁ ଦନ୍ତା ହାତୀ ଦଳି ଦେଇଛି। ଫଳରେ  ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।  ମୃତକମାନେ ହେଲେ ସୁରୁବାଲି କିଷାପ ଏବଂ ଖଇରି କିଷାନ। ବିଳମ୍ବିତ ରାତିରେ କାନ୍ଥ ଭାଙ୍ଗି ଦନ୍ତା ହାତୀଟି ଘର ଭିତରେ ପଶିଥିଲା। ଜୀବନ ବିକଳିରେ ଦୁଇ ଜଣ ଦୌଡି ପଳାଉଥିବାବେଳେ ଦଳି ଦେଇଥିଲା। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories