www.samajalive.in
Monday, December 8, 2025
13.1 C
Bhubaneswar

ଯୁବକଙ୍କୁ କଚାଡି ମାରିଲା ଦନ୍ତା: ମେଡିକାଲରେ ଉତ୍ତେଜନା, ବନ କର୍ମଚାରୀଙ୍କୁ ମାଡ

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା ବଣାଇ ରେଞ୍ଜ ଜକେଇକଲା ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ୪୦ ବର୍ଷୀୟ ଧରଣୀଧର ପାତ୍ର ବୋଲି ଜଣାପଡିଛି। ଶନିବାର ରାତିରେ ଧରଣୀ ଘରୁ କେଉଁଆଡେ ବାହାରକୁ ଯାଉଥିଲେ । ଏତିକିବେଳେ ଏକ ଦନ୍ତା ହାତୀ ତାଙ୍କୁ ଟାଣି ନେଇ କଚାଡି ଦେଇଥିଲା। ତାଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। କ୍ଷତିପୂରଣ ଦାବିରେ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଠେଲାପେଲା କରିବା ସହ ବନ କର୍ମଚାରୀ ଙ୍କୁ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ମାଡ ମାରିଥିବା ଦେଖିବାକୁ ମିଳିଛି। ଏପରିକି କିଛି ଉତ୍ତ୍ୟକ୍ତ ମହିଳା ଡିଏଫଓଙ୍କ  ସରକାରୀ ବାସଭବନ ଘେରାଉ କରିଛନ୍ତି।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories