www.samajalive.in
Friday, December 5, 2025
20.1 C
Bhubaneswar

ଯୁବକଙ୍କୁ ଦଳି ଦେଲା ଦନ୍ତା

ଚମ୍ପୁଆ : ଥମୁନି ହାତୀ ଆତଙ୍କ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରେଭେନ୍ସାପୁର ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ରଥ ମୁଣ୍ଡା ବୋଲି ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ରଥ ପରିସ୍ରା କରିବାକୁ ଘରୁ ବାହାରକୁ ଯାଇଥିବା ବେଳେ ହାତୀ ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। ତେବେ କିଛି ଦିନ ହେବ ନୁଣଗୋଠାଣି ଗାଁ ଜଙ୍ଗଲରୁ କିଛି ହାତୀ ପଲ ଆସି ଚମ୍ପୁଆ ରେଞ୍ଜ ଅଞ୍ଚଳରେ ଆତଙ୍କ ମଚାଉଛନ୍ତି। ବାରମ୍ବାର ଏ ନେଇ ବନ ବିଭାଗକୁ ଜଣାଇଲେ ସୁଦ୍ଧା ବନ ବିଭାଗ ହାତୀ ଘଉଡାଇବାରେ ବିଫଳ ହୋଇଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories