www.samajalive.in
Sunday, December 14, 2025
14.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ବୀରମହାରାଜପୁର : ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗ୍ରାମର ଜଣେ ବ୍ୟକ୍ତି ଛେଳି ଚରାଇବାକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଗ୍ରାମର ଭରଦ୍ୱାଜ ମହାକୁର (୫୦) ନିକଟସ୍ଥ ମହୁବୁରି ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ଏକ ହାତୀ ତାଙ୍କୁ ପାଦରେ ଦଳି ଦେବାରୁ ସେ ଗୁରୁତର ଭାବେ ଆହତ ହୋଇଥିଲେ । ଏହା ଜାଣିପାରି ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କୁ ଉଦ୍ଧାର କରିଥିଲେ । ତାଙ୍କୁ ଅତ୍ୟନ୍ତ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ପୁଣି ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଖବର ମିଳିଛି । ସ୍ଥାନୀୟ ଲୋକେ ତୁରନ୍ତ ଘଟଣା ସମ୍ପର୍କରେ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ । ତେବେ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେବାରୁ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ଗ୍ରାମବାସୀମାନେ ବନ ବିଭାଗ କର୍ମଚାରୀଙ୍କୁ ଅଟକ ରଖି ସହାୟତା ପାଇଁ ଦାବି କରିଥିଲେ । ସେଠାରେ ସୁବଳୟା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା । ପରବର୍ତ୍ତୀ ସମୟରେ ବନ ସଂରକ୍ଷକ ଅବିନାଶ ବେରିହା ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କ ସହିତ ଆଲୋଚନା କରିବା ସହ ଚିକିତ୍ସା ଖର୍ଚ୍ଚ ଓ ଅନୁକମ୍ପା ରାଶି ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିବା ଜଣାଯାଇଛି ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories